ପବିତ୍ର ଶ୍ରୀପଞ୍ଚମୀରେ ଧରାବତରଣ କରିବେ ମା’ସରସ୍ୱତୀ । ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି ।
ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି । ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ଵତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।
ଅନ୍ୟ ଦେବାଦେବୀଙ୍କ ପୂଜାର୍ଚନ ପାଇଁ ସ୍ୱତନ୍ତ୍ର ମନ୍ଦିର ନଥିବାରୁ ମା’ ସରସ୍ୱତୀଙ୍କ ଆଗମନ ପାଇଁ ଏହି ଦିନଟିକୁ ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ମୂର୍ତ୍ତିକାର ସମସ୍ତେ ଆଗମନ କରିଥାନ୍ତି । ତେଣୁ ଯାହାକୁ ନେଇ ଚଳଚଞ୍ଚଳ ହୋଇଉଠିଥାଏ ସମଗ୍ର ଅଞ୍ଚଳ । ତେବେ ଚଳିତ ବର୍ଷ ଫେବୃଆରୀ 14 ରେ ଶ୍ରୀପଞ୍ଚମୀ ପଡୁଥିବାରୁ ଶିକ୍ଷାନୁଷ୍ଠାନ, ଘର, କୋଚିଂ ସେଣ୍ଟର ସବୁଠି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶ୍ରଦ୍ଧାଳୁଙ୍କ ଚାହିଦାକୁ ଦୃଷ୍ଟିରେ ରଖି କାରିଗର ମୂର୍ତ୍ତିରେ ଶେଷ ସ୍ପର୍ଶ ଦେଉଥିବାବେଳେ ପୂଜା ମଣ୍ଡପଗୁଡ଼ିକ ସଜେଇ ହେଉଛି ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ