The Topmost

“The eyes believe themselves, the ears believe other people.”

ସୁନ୍ଦରଗଡ଼କୁ ସ୍କ୍ରବ୍ ଟାଇଫସ୍ ଭୟ

ସୁନ୍ଦରଗଡ଼ରେ ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍ । ୨୪ ଘଣ୍ଟାରେ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସୁନ୍ଦରଗଡରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୯୫ରେ ପହଞ୍ଚିଛି । ସେପଟେ ସୁନ୍ଦରଗଡ଼ରେ ପହଞ୍ଚି ସ୍କ୍ରବ ଟାଇଫସର ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ରୀୟ ଟିମ୍ । ୬ ଜଣିଆ ଟିମରେ କେନ୍ଦ୍ରର ୪ ଜଣ ଓ ରାଜ୍ୟର ୨ ଜଣ ସଦସ୍ୟ ଅଛନ୍ତି । ଜିଲ୍ଲାରେ ସ୍କ୍ରବ ଟାଇଫସ ସ୍ଥିତି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଏନେଇ ଆଲୋଚନା କରିଛନ୍ତି ତଦନ୍ତକାରୀ ଟିମ୍ । ସ୍କ୍ରବ ଟାଇଫସରେ ସୁନ୍ଦରଗଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଆଇସିୟୁରେ ଚାଲିଛି ଜଣେ ଗୁରୁତରଙ୍କ ଚିକିତ୍ସା । ଏଭଳି ସ୍ଥିତିରେ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନା କରାଯାଉଥିବା ବେଳେ ବିଭିନ୍ନ ଛକ ଓ ହାଟରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି ।