ସୋଆର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ ରୁ ୬ ତାରିଖ ପର୍ଯ୍ୟନ୍ତ ନାଗପୁରଠାରେ ଆୟୋଜିତ ହେବାକୁ ଥିବା ଜାତୀୟ ପୁରୁଷ ଓ ମହିଳା ମିନି ଗଲ୍ଫ ଚାମ୍ପିଅନ୍ସିପ୍ରେ ଭାଗ ନେବା ନିମନ୍ତେ ମନୋନୀତ ହୋଇଛନ୍ତି । ଓଡିଶା ମିନି ଗଲ୍ଫ ଆସୋସିଏସ୍ନ୍ ଠାରୁ ମିଳିଥିବା ପତ୍ର ଅନୁଯାୟୀ ଭିନୀତ ଦାସ, ଆଦିତ୍ୟ ରାଜ ଦୋରା ଓ ବାଦଲ ସାମଲ ପୁରୁଷ ଦଳ ନିମନ୍ତେ ମନୋନୀତ ହୋଇଥିବାବେଳେ ଆଦ୍ୟାଶା ମିଶ୍ର, ଅମୃତା ଦାସ ଓ ଲିପ୍ସା ମହାନ୍ତି ମହିଳା ଦଳ ନିମନ୍ତେ ମନୋନୀତ ହୋଇଛନ୍ତି । ସେହିପରି ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚର ଆସିଷ୍ଟାଂଟ୍ ପ୍ରଫେସର ସ୍ମୃତିରେଖା ପଟ୍ଟନାୟକ ମଧ୍ୟ ମହିଳା ଦଳ ନିମନ୍ତେ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଖେଳାଳି ମାନେ ଗୁରୁବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କୁ ସାକ୍ଷାତ କରିଥିବାବେଳେ ସେ ଏହି ଚାମ୍ପିଅନସିପ୍ରେ ଭାଗ ନେଉଥିବା ଖେଳାଳିମାନଙ୍କର ସଫଳତା କାମନା କରିଥିଲେ ।
“The eyes believe themselves, the ears believe other people.”
More Stories
ଇଂଲଁଣ୍ଡ-ଇଣ୍ଡିଆ ମୁହାଁମୁହିଁ
ରଣଜୀ ଟ୍ରଫି ଖେଳିବେ କୋହଲି
ଖେଳରତ୍ନର ବିଜେତା ହେଲେ ଗୁକେଶ୍, ମନୁ..