ଜଟିଳ ବ୍ୟାଧି ଗୁଡ଼ିକର ଚିକିତ୍ସା କରିବା ନିମନ୍ତେ ପ୍ରାକୃତିକ ଉତ୍ପାଦରୁ ହେବ ଔଷଧ ପ୍ରସ୍ତୁତ । ଏନେଇ ସୋଆ ଏବଂ ଆମେରିକାର ଥିଙ୍କ ଫାର୍ମା ଆଣ୍ଡ ଆୟୁରବିଦ୍ୟା ହେଲ୍ଥ କେୟାର ଇନୋଭେସନ୍ ମିଳିତ ଭାବେ ଗବେଷଣା କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ଶନିବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ବିଶିଷ୍ଟ ବୈଜ୍ଞାନିକ ତଥା ଥିଙ୍କ ଫାର୍ମା ଆଣ୍ଡ ଆୟୁରବିଦ୍ୟା ହେଲ୍ଥ କେୟାର ଇନୋଭେସନର ସଭାପତି ତଥା ଚିଫ୍ ସାଇନ୍ଟିଫିକ୍ ଅଫିସର ଡକ୍ଟର ମୁକୁନ୍ଦ ଏସ୍. ଚୋର୍ଘାଡେଙ୍କ ମଧ୍ୟରେ ସାକ୍ଷାତ ଅବସରରେ ଏହି ସମ୍ପର୍କରେ ଆଲୋଚନା କରାଯାଇଛି । ଏହି ଆଲୋଚନା ବେଳେ ଅନ୍ୟ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ । ଉଭୟ ପକ୍ଷ ଏକ ଗବେଷକ ଦଳ ଗଠନ କରି ପ୍ରାକୃତିକ ଏବଂ ସିନ୍ଥେଟିକ୍ ଉତ୍ପାଦରୁ ନୂତନ ଔଷଧ ଏବଂ ଔଷଧ ଜାତୀୟ ଦ୍ରବ୍ୟ ବିକଶିତ କରିବେ । ଆମେରିକୀୟ କମ୍ପାନୀର ଗବେଷକଙ୍କ ସମେତ ସୋଆର ଫାର୍ମାସୀ, ବାୟୋଟେକ୍ନୋଲଜି, ମେଡିକାଲ୍ ସାଇନ୍ସେସ୍ ଏବଂ ଇଞ୍ଜିନିୟରିଂ ବିଭାଗର ଗବେଷକଙ୍କୁ ନେଇ ଦଳ ଗଠନ କରାଯାଇ ଏହି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବ । ଡକ୍ଟର ଚୋର୍ଘାଡେ ଆମେରିକାନ୍ କେମିକାଲ୍ ସୋସାଇଟି ର ଜଣେ ଫେଲୋ । ସେ ଔଷଧର ଉଦ୍ଭାବନ, ବିକାଶ ଏବଂ ପାରମ୍ପରିକ ଭାରତୀୟ ଔଷଧକୁ ନେଇ ଗବେଷଣା କରୁଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍