() ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ । ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଏଥି ସହିତ ଟେକ୍ନୋଲୋଜିର ବ୍ୟବହାର କରି ଭାଷାର ପ୍ରଚାର ପ୍ରସାର କରାଯିବ ।
୧୬୯ ଜନଜାତିକୁ ଆଦିବାସୀ ମାନ୍ୟତା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ସୁପାରିସ କରିବେ। ଏନେଇ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏଥି ସହିତ ହୋ, ମୁଣ୍ଡାରୀ, ସଉରା ଓ କୁଇ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନେଇ ଦାବି ଦୋହରାଇବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ସୂଚନାନୁସାରେ,କ୍ୟାବିନେଟ ବୈଠକ ପରେ ପରେ ବସିବ ମନ୍ତ୍ରିପରିଷଦ ବୈଠକ । ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା