ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ସୋଆ ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି । ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ତଥା ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରି ଆସୁଥିବା ସୋଆ ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସ୍ଥାପିତ ଏହି ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍କୁ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ହସ୍ପିଟାଲ କ୍ୟାମ୍ପସ୍ରେ ପହଂଚିବା ପରେ ଫଳକ ଉନ୍ମୋଚନ ସହ କ୍ୟାମ୍ପସ୍ ପରିସରରେ ବୃକ୍ଷ ରୋପଣ କରିଥିଲେ ଓ ଆନୁଷ୍ଠାନିକ ଭାବେ ହସ୍ପିଟାଲ୍ଟିକୁ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ୫ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ମଞ୍ଚରେ ଉପସ୍ଥିତ ଥିଲେ । ଉଦ୍ଘାଟନୀ କାର୍ଯ୍ୟକ୍ରମରେ ରାଜ୍ୟସଭା ସାସଂଦ ଶ୍ରୀ ମାନସ ମଙ୍ଗରାଜ ଏବଂ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଉପସ୍ଥିତ ଥିଲେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍