ସୁନ୍ଦରଗଡ଼କୁ ଟେନସନ୍ ଦେଉଛି ସ୍କ୍ରବ ଟାଇଫସ । ୨୦୦ରେ ପହଞ୍ଚିଲାଣି ପଜିଟିଭ ସଂଖ୍ୟା । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଔଷଧ ମହଜୁଦ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି । ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହା ସହ ସଂଖ୍ୟା୨୦୦ରେ ପହଞ୍ଚିଛି । ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା