ରବିବାରଠାରୁ ପୁଣି ଭିଜିବ ଓଡ଼ିଶା । ସୋମବାର ପୁଣି ରାଜ୍ୟରେ ବଢିବ ବର୍ଷାର ପରିମାଣ । ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ରବିବାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୮ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜତସିଂହପୁର, ପୁରୀ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ