January 11, 2026

ଚଳିତମାସ ୩୧ରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ

ସଂସଦର ବଜେଟ୍‌ ଅଧିବେଶନ ଚଳିତମାସ  ୩୧ରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବ୍ରୁଆରି ୧୩ ତାରିଖ ଯାଏଁ ଚାଲିବ। ଫେବ୍ରୁଆରି ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ବଜେଟ୍‌ ଆଗତ କରିବେ। ଏହା ହେବ ନିର୍ମଳା ସୀତାରମଣଙ୍କ ଲଗାତାର ଅଷ୍ଟମ ବଜେଟ୍‌ ଉପସ୍ଥାପନ। ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବେ। ସେହିଦିନ ଅର୍ଥମନ୍ତ୍ରୀ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବେ।

ପ୍ରଥମ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିବେ। ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ରହିବ।

SHARE BY