ଆଜି ନୂଆଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଖ୍ୟାତ ଲେଖିକା ଓ ଭଲ ସାମ୍ବାଦିକ ଭାବେ ଜଣାଶୁଣା ଥିଲେ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା । ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି । ୧୯୪୩ରେ ଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଜନ୍ମ ହୋଇଥିଲା । ସେ ବିଜୁ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ପ୍ରଖ୍ୟାତ ଲେଖିକା ଓ ସାମ୍ବାଦିକା ସହ ଡକୁମେଂଟାରୀ ଫିଲ୍ମ ବି ତିଆରି କରିଥିଲେ ଗୀତା ମେହେଟ୍ଟା । ଆମେରିକାର ପ୍ରଖ୍ୟାତ ପ୍ରକାଶକ ସ୍ୱର୍ଗତ ସୋନି ମେହେଟ୍ଟାଙ୍କୁ ସେ ବିବାହ କରିଥିଲେ । ଭାରତ ଓ ୟୁକେର କ୍ରେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ତାଙ୍କର ପାଠପଢା ହୋଇଥିଲା । ଗୀତା ମେହେଟ୍ଟାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ, ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ