ଗାଁ ଗାଁରେ ପହଞ୍ଚିବ ବିକାଶର ବାର୍ତ୍ତା । ଜନତାଙ୍କ ପାଖକୁ ଯିବେ ନେତା, ମନ୍ତ୍ରୀ ଓ ସାଂସଦ । ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଉଛି ବିଜେଡିର ଜନସଂପର୍କ ପଦଯାତ୍ରା । ଜୟପ୍ରକାଶ ଜୟନ୍ତୀ ଯାଏଁ ବିଜେଡି ରାଜ୍ୟବ୍ୟାପୀ ପଦଯାତ୍ରା କରିବ । ଭୁବନେଶ୍ବର ମହାନଗର ନିଗମର ୪୪ ନମ୍ବର ଓ୍ବାର୍ଡ଼ରେ ପଦଯାତ୍ରା ଓ ୫୭ ନମ୍ବର ଓ୍ବାର୍ଡ଼ରେ ସାଧାରଣ ସଭାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଜନସମ୍ପର୍କ ପଦଯାତ୍ରା ବେଳେ ବିଜୁ ଜନତା ଦଳର ସାଂସଦ, ବିଧାୟକ, କର୍ମକର୍ତ୍ତା ରାଜ୍ୟର ସମସ୍ତ ୧୪୭ ନିର୍ବାଚନ ମଣ୍ଡଳୀ, ୩୧୪ ବ୍ଲକ, ସମସ୍ତ ସହରାଞ୍ଚଳରେ ଲୋକଙ୍କ ସହ ଯୋଡ଼ି ହୋଇ ସେମାନଙ୍କ ଦୁଃଖସୁଖରେ ସାମିଲ ହେବେ । ରାଜ୍ୟ ସରକାରଙ୍କ ନିରନ୍ତର ବିକାଶର ବାର୍ତ୍ତା ପହଞ୍ଚାଇବା ସହ ଲୋକଙ୍କ ଅଭିଯୋଗ ବି ଶୁଣିବେ । ପଦଯାତ୍ରା ବେଳେ ସରକାରଙ୍କ ଜନକଲ୍ୟାଣ ଯୋଜନା ବାବଦରେ ଲୋକଙ୍କ ସହ ଆଲୋଚନା କରିବ ଦଳ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ