କ୍ରୀଡାର ବିକାଶ ପାଇଁ ସାରା ବିଶ୍ୱରେ ଓଡ଼ିଶା ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି । ସରକାରୀ ଦଳ ସହ ବିରୋଧୀ ବି କ୍ରୀଡାର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା ନ କରି ରହି ପାରୁ ନାହାନ୍ତି । ଆଜି ଗୃହରେ ପ୍ରଶ୍ନକାଳରେ ଗତ କିଛି ବର୍ଷରେ ରାଜ୍ୟରେ ଦ୍ରୁତ ଗତିରେ ହୋଇଥିବା କ୍ରୀଡାର ସର୍ବାଙ୍ଗୀନ ଉନ୍ନତିର ତାଲିକା ପ୍ରଦାନ କରିଥିଲେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା । ହକିରୁ ଫୁଟବଲ, ମଲଟି ପରପୋଜ ଷ୍ଟାଡିୟମରୁ ଇଣ୍ଡୋର ହଲ ଯାଏ ଖେଳିବାର ସୁଯୋଗ ଦିଆଯାଇଛି । ଖୁବଶୀଘ୍ର ଏହି ବିକାଶରେ ଆହୁରି କ୍ରିୟାଶୀଳ ହେବାକୁ ଯାଉଛି କଟକର ବାରବାଟୀ ଷ୍ଟାଡିୟମ । କଳିଙ୍ଗ ଷ୍ଟାଡିୟମର ମଡେଲ ପରିବର୍ତ୍ତନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କ୍ରୀଡା ମନ୍ତ୍ରୀ ଓ କ୍ରୀଡା ସଚିବଙ୍କୁ ଗୃହରେ ଧନ୍ୟବାଦ ଜଣାଇଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ହକିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭୁତପୁର୍ବ ପଦକ୍ଷେପ ନେଇଛନ୍ତି । ୨୦୧୮ ଓ ୨୦୨୩ରେ ବିଶ୍ୱ କପ ହକି ଆୟୋଜନ କରି ଗୌରବ ଅର୍ଜନ କରିଛି ଓଡ଼ିଶା । ଏ ଯାଏ ରାଜ୍ୟରେ ୩୫ ଆଷ୍ଟ୍ରୋ ଟର୍ଫ ନିର୍ମାଣ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ୧୭ ଆଷ୍ଟ୍ରୋ ଟର୍ଫ ନିର୍ମାଣ ହୋଇଛି । ଯାଜପୁରରେ ବି ଆଷ୍ଟ୍ରୋ ଟର୍ଫ ନିର୍ମାଣ କରାଯାଇଛି । ଆଗାମୀ ଦିନରେ ଯେଉଁ ସ୍ଥାନର ଖେଳାଳୀ ଦେଶ ପାଇଁ ଗୌରବ ଆଣିବେ, ସେଠାରେ ଆଷ୍ଟ୍ରୋ ଟର୍ଫ ନିର୍ମାଣ ପାଇଁ ପ୍ରସ୍ତାବ ଅଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ