ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର । ମା ସମଲେଶ୍ବରୀଙ୍କ ନିକଟରେ ଲାଗିହେବ ନବାନ୍ନ । ନୀତି ନିର୍ଘଣ୍ଟ ମୁତାବକ ମା’ଙ୍କ ଠାରେ ପୂଜାର୍ଚ୍ଚନା ପରେ ନବାନ୍ନ ଲାଗି ହେବ । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁସାରେ ନୂଆଁ ଲାଗି ହେବାପରେ ୧୧୫ ପାର୍ଶ୍ବ ଦେବାଦେବୀଙ୍କ ନବାନ୍ନ ଲାଗି ହେବ । ନବାନ୍ନ ଲାଗି ପରେ ପରିବାର ସହ ଏକାଠି ନୂଆ ଖାଇବେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ । ଫଲସା, କୁରେଇ ଓ ରେଙ୍ଗାଳ ଗଛ ପତ୍ରରେ ନବାନ୍ନ ଲାଗିର ପରମ୍ପରା ରହିଛି । ମା ସମଲେଶ୍ବରୀଙ୍କ ନିକଟରେ ନୂଆଲାଗି ହେବା ପରେ ସମଲେଶ୍ବରୀ ମାଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ପ୍ରତି ଗାଁ ଗଣ୍ଡା ବନ୍ଧୁବାନ୍ଧବରେ ଭର୍ତ୍ତି ହୋଇଛି । ସମସ୍ତେ ମିଶି ଏକାଠି ନୂଆ ଖାଇବା ପରେ ଆରମ୍ଭ ହେବ ଭେଟଘାଟ କାର୍ଯ୍ୟକ୍ରମ। ଘରର ବଡ ମାନଙ୍କୁ ଜୁହାର କରି ମୁଣ୍ଡିଆ ମାରି ଆଶୀର୍ବାଦ ନେବେ ସମସ୍ତେ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍