ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଘଣ୍ଟା ପ୍ରତି ୨୭ କି.ମି ବେଗରେ ଗତି କରୁଛି । ଆଜି ଏହା ଗାଙ୍ଗେୟ ଉପତ୍ୟକା ଅତିକ୍ରମ କରି ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କି.ମି ବେଗରେ ପବନ ବହୁଛି । ଆଜି ଅତି ଭୀଷଣ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମି.ମି ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ କାରଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଏହାସହ ସବୁ ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ବର୍ଷାର ପ୍ରଭାବ ଆସନ୍ତାକାଲି ପର୍ଯ୍ୟନ୍ତ ରହିବ ।
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା