ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ଆଜି ଦିନକରେ ଆଉ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୫ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧ ରେ ପହଞ୍ଚିଛି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ୧୨ ରୋଗୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରହିଛନ୍ତି । ଏହାସହ ସୁସ୍ଥ ହେଲେଣି ୧୯୮ ଆକ୍ରାନ୍ତ । ତେବେ ଭୟ କରିବାର କିଛି ନାହିଁ । ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି । ସଚେତନତା ଏବଂ ସତର୍କତା ରୁ ହିଁ ଏହି ସ୍କ୍ରବ ଟାଇଫସକୁ ଦମନ କରାଯାଇପାରିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍