ଏଥର ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢିବା ନେଇ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ବିଜେପି ନେତା । ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ସାଂସଦ ପ୍ରାର୍ଥୀ ହେବେ ବୋଲି କହିଛନ୍ତି ପୂର୍ବତନ କୁଚିଣ୍ଡା ବିଧାୟକ ରବି ନାରାୟଣ ନାୟକ । ଶନିବାର ସମ୍ବଲପୁର କୁଚିଣ୍ଡା ଉପଖଣ୍ଡ ଖଣ୍ଡୋକଟାଠାରେ ଚାଲିଥିବା ୩୧ ତମ ଧନୁଯାତ୍ରାରେ ଉଦଯାପନୀ ମହୋତ୍ସବରେ ଯୋଗଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ । ଅଞ୍ଚଳର ଲୋକକଳା ଓ ଲୋକ ସଂସ୍କୃତିକୁ ବଞ୍ଚାଇ ରଖିଥିବାରୁ ଧନୁଯାତ୍ରା କମିଟିକୁ ଧନ୍ୟବାଦ ଜଣାଇଥଲେ କେନ୍ଦ୍ରମନ୍ତ୍ରୀ । ତେବେ ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ସାଂସଦ ପ୍ରାର୍ଥୀ ହେବେ ବୋଲି ପୂର୍ବତନ କୁଚିଣ୍ଡା ବିଧାୟକ ରବି ନାରାୟଣ ନାୟକ କହିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍