ଦୁର୍ବଳ ହେଲା ଓ୍ବେଲମାର୍କ ଲୋପ୍ରେସର । ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ସୁଦୃଶ ଲଘୁଚାପ ଗତକାଲି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଥିବା ବେଳେ ୪ ତାରିଖରେ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଲଘୁଚାପକ୍ଷେତ୍ରଟି ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ କେନ୍ଦ୍ରୀଭୁତ ରହିଛି । ଗତ ଦୁଇ ଦିନ ମଧ୍ୟରେ ସ୍ବାଭାବିକ ବର୍ଷା ଠାରୁ ୧୪୦ ପ୍ରତିଶତ ଅଧିକ ବର୍ଷା ହୋଇଛି । ଗତ ୨୫ ତାରିଖରୁ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଉତ୍ତର-ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୁଳ ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ