ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ୍ । ଏଠାରେ ପୁଣି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ ଛୁଇଁଛି । ରାଜ୍ୟରେ ଏହା ସର୍ବାଧିକ ବୋଲି କୁହାଯାଉଛି । ଗତ ଜାନୁଆରି ୧ରୁ ସେପ୍ଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅଗଷ୍ଟ ୨୩ରେ ବଡ଼ଗାଁ ତୁଡ଼ାଲଗାର ସହଦେବ ତେଲି ନାମକ ଜଣେ ବ୍ୟକ୍ତିଙ୍କର ଏହି କାରଣରୁ ଜୀବନ ଯାଇଥିବା ଅଭିଯୋଗ ହୋଇଛି । ତାଙ୍କ ଦେହରେ ସ୍କ୍ରବ ଟାଇଫସ୍ ଚିହ୍ନଟ ହୋଇଥିଲା, ତେବେ ସେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି ଡାକ୍ତର କହିଛନ୍ତି । ତେବେ ଏହା ଏବେ ଚିନ୍ତାଜନକ ରହିଛି । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା