ରାତି ପାହିଲେ ତତଲା ତାଓ୍ବାରେ ସିଝୁଛି ଓଡ଼ିଶା । ଅଧା ଓଡ଼ିଶାକୁ ଅଣାୟତ୍ତ କରୁଛି ସିଭିୟର ହିଟ୍ଓ୍ବେଭ । ଆଜି ସକାଳ ୫.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୨୯.୮ ଡ଼ିଗ୍ରୀ ତାପମାତ୍ରା ଏବଂ ୭୨% ଆଦ୍ରତା ରେକର୍ଡ ହୋଇଛି । ଉଚ୍ଚ ତାପମାତ୍ରା ସାଙ୍ଗକୁ ଝାଞ୍ଜି ପବନରେ କଲବଲ ଜନଜୀବନ । ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ବଢ଼ାଉଛି ଗୁଳୁଗୁଳି । ଆଗାମୀ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ । ସ୍ୱାଭାବିକଠାରୁ ୭ରୁ ୮ ଡିଗ୍ରୀ ଯାଏଁ ଅଧିକ ରହିବ ତାପମାତ୍ରା । ଜୁନ୍ ୨୦ ଯାଏଁ ଖରା, ଗରମ ଓ ଉଚ୍ଚ ତାପମାତ୍ରା ଲାଗି ରହିବ । ଆଜି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ସିଭିୟର ହିଟୱେଭ୍ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଦେଓଗଡ଼, ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କଟକ, ଖୋର୍ଦ୍ଧା ଓ ନୂଆପଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ