ଆହୁରି ଘନୀଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହାର ପ୍ରଭାବରେ ୨ ଦିନ ପ୍ରବଳ ବର୍ଷା ହେବ । ଆଜି ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବାଦ୍ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା