ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯିବ ଆର୍ଥିକ ସହାୟତା । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀ ଏକକାଳୀନ ୫୦ ହଜାର ଟଙ୍କାର ସହାୟତା ଦିଆଯିବ । ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ଆଦିମ ଜନଜାତି ସଶକ୍ତିକରଣ ଓ ଜୀବନଜୀବିକା କାର୍ଯ୍ୟକ୍ରମର ସଂପ୍ରସାରଣ ପାଇଁ ମଧ୍ୟ କେନ୍ଦ୍ରକୁ ଏକ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର । ଚିହ୍ନଟ ହୋଇଥିବା ଆଉ ୧୧୩୮ ଆଦିମ ଜନଜାତି ଗାଁକୁ ଏହି ଯୋଜନା ସଂପ୍ରସାରଣ କରିବାକୁ ଦାବି କରାଯାଇଛି । ୨୦୨୪-୨୫ ଆର୍ଥିକ ବର୍ଷରୁ ଆସନ୍ତା ୭ ବର୍ଷ ପାଇଁ ଏହିସବୁ ଗାଁରେ ଆଦିମ ଜନଜାତି ସଶକ୍ତିକରଣ ଓ ଜୀବନଜୀବିକା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଦିବାସୀଙ୍କ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ନିରନ୍ତର ଚେଷ୍ଟା କରୁଛନ୍ତି । ସେମାନଙ୍କ ଶିକ୍ଷା, ଜୀବିକା ଓ ଅଧିକାରର ସୁରକ୍ଷାକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାରଙ୍କ । ଆଦିବସୀଙ୍କ କଳା, ସଂସ୍କୃତିର ସୁରକ୍ଷା ଓ ବିକାଶ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ୨୩ଟି ଜିଲ୍ଲାର ୧୭୨ ବ୍ଲକକୁ ସଂପ୍ରସାରିତ କରାଯାଇଛି ।
“The eyes believe themselves, the ears believe other people.”
More Stories
ଏହି ସବୁ ସମସ୍ୟା ଥିଲେ ଖାଆନ୍ତୁ ନାହିଁ ଆମ୍ବ
ଅଧିକ ଚା ପିଉଥିଲେ ଜାଣନ୍ତୁ ଏହି ନିୟମ
ଛତୁ ଭେଜ୍ ନା ନନଭେଜ୍