ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ଆସିଲା ନିମନ୍ତ୍ରଣ ପତ୍ର । ଆସନ୍ତା ଜାନୁଆରୀ ୨୨ରେ ଅଯୋଧ୍ୟାର ଭବ୍ୟ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ । ଏଥିପାଇଁ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଦେଶବ୍ୟାପୀ ଅକ୍ଷତ କଳସ ଯାତ୍ରା ବାହାରିଛି । ଏହି କ୍ରମରେ ଓଡିଶାର ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି । ବିଶ୍ୱ ହିନ୍ଦ ପରିଷଦ ପୁରୀ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ଶୋଭାଯାତ୍ରା କରି ମହାପ୍ରଭୁଙ୍କୁ ନିମନ୍ତ୍ରଣ ପତ୍ର ଓ ଚାଉଳ ଗୁଆ ପ୍ରଦାନ କରାଯାଇଛି । ଏହି ଶୋଭାଯାତ୍ରାରେ ବିଶ୍ୱ ହିନ୍ଦୁ ପରିଷଦର କର୍ମକର୍ତାଙ୍କ ସହ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା