() ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାପରେ ଏବେ ଧିମା ହୋଇଯାଇଛି । ୨ ଦିନ ହେବ ଦୁର୍ବଳ ହୋଇଯାଇ ଥିବାରୁ ପାଗ ଅନୁକୂଳ ଥିଲେ ବି ଆଗକୁ ବଢୁନି ମୌସୁମୀ ବାୟୁ । ଫଳରେ ଅନ୍ୟ ଜିଲ୍ଲାକୁ ଅଗ୍ରସର ହୋଇପାରିନାହିଁ । ତେବେ ସମ୍ପୂର୍ଣ୍ଣ ଓଡ଼ିଶାକୁ ମୌସୁମୀ ଛୁଇଁବାକୁ ଆହୁରି ୫ ଦିନ ସମୟ ଲାଗିବ । ଗତ ୧୬ ତାରିଖରେ ଦକ୍ଷିଣ ଓଡ଼ିଶା ଛୁଇଁଥିଲା ମୌସୁମୀ ବାୟୁ । ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପ ପାଇଁ କେବଳ ଘଡ଼ଘଡ଼ ବିଜୁଳି ସହ କିଛି ଜିଲ୍ଲାରେ ବର୍ଷା ହେଉଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା