ରାଜ୍ୟରେ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନ ଜୀବନ । ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୩ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହରୁ ନିସ୍ତାର ମିଳିବ ନାହିଁ । ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହରୁ ଭୀଷଣ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ସମ୍ଭାବନା ରହିଛି । ପ୍ରବଳ ଖରାକୁ ନଜରରେ ରଖି ଆଜି ଓ ଆସନ୍ତାକାଲି ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପଶ୍ଚିମ ଓଡ଼ିଶାର ୮ ସହରର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଥିଲା । ରାଜ୍ୟର ୬ଟି ସହରରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିବା ବେଳେ ୪ଟି ସହରରେ ଗ୍ରୀଷ୍ମ ପ୍ରବାହ କଲବଲ କରିଥିଲା । ପାଣିପାଗ ବିଭାଗର ସୂଚନା ଅନୁସାରେ ଗତକାଲି ଫୁଲବାଣୀ ସହରରେ ସ୍ୱାଭାବିକ ତାପମାତ୍ରାଠୁ ପାରଦ ୮.୮ ଡିଗ୍ରୀ ଚଢିଯାଇଥିଲା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ