ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଅପରାହ୍ନ ୪ ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚ୍ଏସ୍ଇ ପ୍ରକାଶ କରିବ ପରୀକ୍ଷା ଫଳ । ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । www.odisha results.nic.in ଓ SAMS e space ୱେବସାଇଟରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ । ସେହିଭଳି କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ପ୍ରଥମ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ । ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ । ଚଳିତବର୍ଷ ରାଜ୍ୟର ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ
“The eyes believe themselves, the ears believe other people.”
More Stories
ଲିଙ୍ଗରାଜ ଜମି ପୁନରୁର୍ଦ୍ଧାର ରରେ ଘୋଟାଲା
ଉତ୍କର୍ସ ଓଡିଶାରେ 9 ବର୍ଷ ପରେ ବି କାମ ଶୂନ
ସୁଭଦ୍ରା ଋଣ ନେଇ ବଡ ଘୋଷଣା