The Topmost

“The eyes believe themselves, the ears believe other people.”

ଆଜି ଅଲଗା ହେବ ଲ୍ୟାଣ୍ଡର ମୋଡ୍ୟୁଲ

କଠିନ ପର୍ଯ୍ୟାୟରେ ପ୍ରବେଶ କରିଛି ଚନ୍ଦ୍ରଯାନ-୩ । ଏବେ ସବୁଠୁ ଗୁରୁତ୍ବପୂର୍ଣ୍ଣ ସୋପାନରେ ଚନ୍ଦ୍ରଯାନ-୩ ରହିଛି । ଆଜି ଅଲଗା ହେବେ ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ । ଅର୍ଥାତ ଲ୍ୟାଣ୍ଡର ବିକ୍ରମ ଆଜି ଚନ୍ଦ୍ରଯାନରୁ ଅଲଗା ହେବ । ଏହା ମଧ୍ୟରେ ରହିଛି ପ୍ରଜ୍ଞାନ । ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମ ଅବତରଣ କରିବା ପରେ ପ୍ରଜ୍ଞାନ ସେଥିମଧ୍ୟରୁ ବାହାରକୁ ଆସିବ । ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବାର କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ। ଗତକାଲି  ପଞ୍ଚମ ତଥା ଶେଷ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ କରିଥିଲା ଚନ୍ଦ୍ରଯାନ-୩ । କାଲି ଲ୍ୟାଣ୍ଡର ମୋଡ୍ୟୁଲ କକ୍ଷର ଉଚ୍ଚତା ହ୍ରାସ କରାଯିବ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ସୂଚନା ମିଳିଛି । ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏକ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର ।

SHARE BY