ଆଜି ଇଡିରେ ହାଜର ହେବେ ନା ପୁଣି ବାହାନା କରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ମଦନୀତି ମାମଲାରେ ଆଜି ହାଜର ହେବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ କରିଛି । ଚତୁର୍ଥ ଥର ଲାଗି କେଜ୍ରିଓ୍ବାଲଙ୍କୁ ଜାରି ହୋଇଛି ସମନ । ଗତ ଜାନୁଆରୀ ୩ରେ ହାଜର ହେବା ଲାଗି ତାଙ୍କୁ ସମନ ଜାରି ହୋଇଥିବା ସତ୍ତ୍ବେ ସେ ହାଜର ହୋଇ ନଥିଲେ । ଜାରି ହୋଇଥିବା ସମନ ବେଆଇନ ବୋଲି ଦର୍ଶାଇଥିଲେ କେଜ୍ରିଓ୍ବାଲ । ପୂର୍ବରୁ ତାଙ୍କୁ ନଭେମ୍ବର ୨, ଡିସେମ୍ବର ୨୧ରେ ମଧ୍ୟ ନୋଟିସ ଜାରି ହୋଇଥିଲା । ଏହି ବହୁଚର୍ଚ୍ଚିତ ମାମଲାରେ କେଜ୍ରିଓ୍ବାଲ ଅଭିଯୁକ୍ତ ହୋଇ ନଥିଲେ ବି ତାଙ୍କୁ ବାରମ୍ବାର ନୋଟିସ ଜାରି କରାଯାଉଛି । ଜେରା ପରେ କେଜ୍ରିଓ୍ବାଲଙ୍କୁ ଗିରଫ କରିବା ନେଇ ବାରମ୍ବାର ଆଶଙ୍କା ପ୍ରକାଶ ପାଇଆସୁଛି ।
“The eyes believe themselves, the ears believe other people.”
More Stories
ବିଜେପିର ନୂଆ ସଭାପତି ହେଲେ ନୈନାର ନାଗେନ୍ଦ୍ରନ୍
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ
ଅତ୍ୟଧିକ ଜଙ୍କଫୁଡ୍ ଆଣିଥାଏ ଏହି ସବୁ ସମସ୍ୟା