ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପତାକା ଉତ୍ତୋଳନ କରିଛନ୍ତି । ଲଗାତାର ୯ମ ଥର ପାଇଁ ଲାଲକିଲାରେ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାପରେ ପରେ ଦେଶର କୋଣ ଅନୁକୋଣରେ ପତାକା ଉତ୍ତୋଳନ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଲାଲକିଲ୍ଲାରେ ପତାକା ଉତ୍ତୋଳନ ସମାରୋହ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ଏହାପରେ ପ୍ରଧାନମନ୍ତ୍ରୀ ଦୁର୍ଗରୁ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି । ୭୬ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀଙ୍କୁ ମନେପକାଇଛନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ