ଆଜି ପଟିଆଲା ଜେଲରୁ ମୁକୁଳିବେ ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ନବଜୋତ ସିଂହ ସିଦ୍ଧୁ । ୧୯୮୮ ମସିହାର ରୋଡ୍ ରେଜ୍ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଦଣ୍ଡିତ ହୋଇ ଜେଲରେ ଥିଲେ ସିଦ୍ଧୁ । କୋର୍ଟ ତାଙ୍କୁ ବର୍ଷକ ପାଇଁ ଜେଲଦଣ୍ଡ ଦେଇଥିଲେ । ୨୦୨୨ ମେ’୨୦ରୁ ପଟିଆଲା ଜେଲରେ ଅଛନ୍ତି ନବଜୋତ ସିଂ ସିଦ୍ଧୁ । ତେବେ ସେ ଆଜି ଖଲାସ ହେବାକୁ ଯାଉଛନ୍ତି । ସିଦ୍ଧୁଙ୍କ ଟ୍ୱିଟର ଆକାଉଣ୍ଟରୁ ଏପରି ଟ୍ୱିଟ କରାଯାଇଛି । ସେହିପରି ତାଙ୍କ ଓକିଲ ଏଚପିଏସ୍ ବର୍ମା ମଧ୍ୟ ଏହି ଖବରକୁ ନିଶ୍ଚିତ କରିଛନ୍ତି । ସିଦ୍ଧୁଙ୍କ ଟ୍ୱିଟର ଆକାଉଣ୍ଟରୁ ହୋଇଥିବା ଟ୍ୱିଟରେ କୁହାଯାଇଛି ଯେ ’ଆପଣମାନଙ୍କୁ ସୂଚିତ କରିବାକୁ ଚାହୁଁଛୁ ଯେ ସର୍ଦ୍ଦାର ନବଜୋତ ସିଂହ ସିଦ୍ଧୁ ଆଜି ପଟିଆଲା ଜେଲରୁ ମୁକୁଳିବେ’ । ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର