ଆ କା ମା ବୈ ପାନଗୁଆ ଥୋଇ… ପାନ ଗୁଆ ତୋ’ର.. ମାସକ ଧରମ ମୋର । ଆଜି କାର୍ତ୍ତିକ ମାସର ଶେଷ ଦିନରେ ପୁସ୍କରିଣୀରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଇଛି । ଭୋରରୁ ଜଳାଶୟରେ ପରମ୍ପରା ପାଳନ କରାଯାଇଛି । ପୁରୀ ମହୋଦଧୀ, ତୀର୍ଥ ପୁଷ୍କରିଣୀ, ଭୁବନେଶ୍ବର ବିନ୍ଦୁସାଗର, କଟକ ନଈପଠା ଓ ଯାଜପୁର ଦଶ୍ବାଶମେଧ ଘାଟ ପରି ଅନେକ ତୀର୍ଥ ସ୍ଥାନରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଦ୍ବାର ଫିଟିବା ପରେ ମଙ୍ଗଳଆଳତି, ମଇଲମ, ଅବକାଶ ଆଦି ନୀତି କରାଯାଇ ମହାପ୍ରଭୁଙ୍କ ସୁନାବେଶ ସମ୍ପନ୍ନ କରାଯାଇଛି । ବିବିଧ ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ହରିଡ଼ା ମାଳି, ବାହାଡା ମାଳି, ଶ୍ରୀପୟର, ଶ୍ରୀଭୁଜ, କିରିଟ, କୁଣ୍ଡଳ, ଘାଗଡା ମାଳି, ବାଘ ନଖ ମାଳି, ଆଦି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ସାଆନ୍ତେଙ୍କ ଦୁର୍ଲଭ ଦର୍ଶନ କରି କୃତାର୍ଥ ହେଉଛନ୍ତି ଭକ୍ତ । ରାଜରାଜେଶ୍ୱର ବେଶରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳିବା ସହ ଐଶ୍ବର୍ଯ୍ୟ ପ୍ରାପ୍ତି ହେବାର ବିଶ୍ବାସ ରହିଛି । ଜନସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା