ଧାମନଗର ଉପନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଦିନେ ରହିଲା । ଆସନ୍ତାକାଲି ସରିବ ପ୍ରଚାର ଅବଧି । ଆଜି ଧାମନଗରରେ ଦେଖିବାକୁ ମିଳିବ ହାଇଭୋଲଟେଜ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ବିଜେଡି ସୁପ୍ରିମୋ । ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର କରିବେ ଖୋଦ୍ ମୁଖ୍ୟମନ୍ତ୍ରୀ । ୧୩ଟି ସଭାରେ ଧାମନଗରବାସୀଙ୍କୁ ଉଦବୋଧନ ଦେବେ ନବୀନ । ଏହା ପୂର୍ବରୁ ଗ୍ରାଉଣ୍ଡରେ ବଢିଛି କ୍ରେଜ୍ । ନବୀନଙ୍କ ପ୍ରଚାର ଲାଗି ବିଜେଡି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଅଧିକ ଲୋକଙ୍କ ସୁବିଧା ପାଇଁ କରାଯାଇଛି ଏଲଇଡି ବ୍ୟବସ୍ଥା । ନବୀନଙ୍କ ପ୍ରଚାର ପରେ ସବୁଥର ପରି ବିଜେଡିର ସ୍ଥିତି ଆହୁରି ସୁଦୃଢ଼ ହେବ ବୋଲି ରାଜନୈତିକ ସମୀକ୍ଷକ ଆକଳନ କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା