ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନିଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ସହ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକରେ ବର୍ଷା ହେବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା