ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଦିନ ୧୧ଟା ୪୫ ମିନିଟରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ରଘୁବର ଓଡ଼ିଶାର ୨୬ ତମ ରାଜ୍ୟପାଳ ଭାବେ ଦାୟିତ୍ବ ନେବେ । ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ଗତକାଲି ରାଜଭବନକୁ ଆସିଛନ୍ତି ରଘୁବର ଦାସ । ରାଜ୍ୟପାଳଙ୍କ ସମେତ ୧୦୦ରୁ ଅଧିକ ଅତିଥି ରାଜଭବନ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ । ରାଜଭବନରେ ସମସ୍ତଙ୍କୁ ଗାର୍ଡଅଫଅନର ପ୍ରଦାନ କରାଯାଇଥିଲା । ଏହା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ନୂଆ ରାଜ୍ୟପାଳ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା