ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ଗତକାଲି ବିଭିନ୍ନ ନଦୀରୁ ପାଣି ଉଠାଇ କାଉଡ଼ିଆମାନେ ଶିବ ମନ୍ଦିର ଯାତ୍ରା କରିଥିଲେ । ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା, ଢେଙ୍କାନାଳର କପିଳାଶ ମନ୍ଦିରରେ ପାଣି ଢାଳୁଛନ୍ତି ଭକ୍ତ । ମନସ୍କାମନା ପୂରଣ ଲାଗି ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ । ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡୁଥିବାବେଳେ ଜୁଲାଇ ମାସରେ ଆଜି ଓ ୧୭ ତାରିଖ ଦିନ ଜଳଲାଗି କରାଯିବ । ସେହିପରି ଅଗଷ୍ଟ ମାସର ଶେଷକୁ ଦୁଇଟି ସୋମବାର ୨୧ ତାରିଖ ଓ ୨୮ ତାରିଖ ଦିନ ମଧ୍ୟ ଜଳଲାଗିର ବ୍ୟବସ୍ଥା ରହିଛି । କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
“The eyes believe themselves, the ears believe other people.”
More Stories
ଦୂର ହେଲା ପର୍ବ ପର୍ବାଣୀ ଦ୍ବନ୍ଦ୍ବ, ଶ୍ରୀମନ୍ଦିରରେ ହେଲା ପାଞ୍ଜି ସୁଧାର
2025ର 2ଟି ବଡ ଚନ୍ଦ୍ରଗ୍ରହଣ
ମହାକୁମ୍ଭ ମେଳାର ମହତ୍ତ୍ବ..