ହକି ବିଶ୍ବକପ୍ ପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ହକି ବିଶ୍ବକପକୁ ରହିଲା ଆଉ ଏକ ମାସରୁ କମ୍ ସମୟ । ବିଶ୍ବକପକୁ କିଭଳି ସୁରୁଖୁରୁରେ ସମ୍ପାଦନ କରାଯିବ, ସେଥିପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟା ୫ଟାରେ ବସିବ ଅଲ୍ ପାର୍ଟି ମିଟିଂ। ଲୋକସେବା ଭବନ କନଭେନସନ ହଲ୍ରେ ବସିବ ବୈଠକ । ଉଭୟ ଭୁବନେଶ୍ବର ଓ ରାଉରକେଲାରେ ଖେଳାଯିବ ହକି ବିଶ୍ବକପ୍ର ସମସ୍ତ ମ୍ୟାଚ୍ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ରାଉରକେଲା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ବିକାଶମୂଳକ କାର୍ଯ୍ୟ ଆଗେଇ ଚାଲିଥିବା ସହରକୁ ସୁନ୍ଦର ଭାବେ ସଜା ଯାଇଛି ।
More Stories
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ