ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି । ଯଶିପୁର କାଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ି ଏବଂ ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ିକୁ ପ୍ରବେଶ ଅନୁମତି ରହିଛି । ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି । ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ପର୍ଯ୍ୟଟକଙ୍କୁ ଖାଦ୍ୟର ମୂଲ୍ୟ ଦେବାକୁ ପଡ଼ିବ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍