ଆଜିଠୁ ସଂସଦର ମୌସୁମୀ ଅଧିବେଶନ । ନବନିର୍ମିତ ସଂସଦ ଭବନରେ ପ୍ରଥମ ଥର ପାଇଁ ଅଧିବେଶନ ଅନୁଷ୍ଠିତ ହେବ । ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଝଡ଼ ସୃଷ୍ଟି ହେବା ଆଶଙ୍କା ରହିଛି । ଗୃହରେ ମଣିପୁର ପ୍ରସଙ୍ଗ ଆଲୋଚିତ ହେବ ବୋଲି ସରକାର କହିଥିବାବେଳେ ଏହି ପ୍ରସଙ୍ଗରେ ସରକାରଙ୍କୁ ବିରୋଧୀ ଘେରିବେ । ଏହା ସହ ଦରବୃଦ୍ଧି ଓ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଦୁରୂପଯୋଗ ପ୍ରସଙ୍ଗରେ ବି ବିରୋଧୀ ନାରାବାଜି କରିବା ସମ୍ଭାବନା ରହିଛି । ଚଳିତ ଅଧିବେଶନରେ ୩୨ଟି ବିଧେୟକ ଆଗତ ହେବ ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଗତ ମଙ୍ଗଳବାର ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ବୈଠକ ଡାକିଥିଲେ । ମାତ୍ର ଅନେକ ଦଳର ନେତାଙ୍କ ଅନୁପସ୍ଥିତିକୁ ନେଇ ଏହି ବୈଠକ ବାତିଲ ହୋଇଥିଲା । ତେବେ ଆସନ୍ତା ଅଗଷ୍ଟ ୧୧ ତାରିଖ ଯାଏଁ ଚାଲିବ ସଂସଦର ମୌସୁମୀ ଅଧିବେଶନ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍