The Topmost

“The eyes believe themselves, the ears believe other people.”

ଆଜିଠୁ ରାଜ୍ୟରେ ବଢିବ ବର୍ଷା

ଜୁଲାଇ ୪ ତାରିଖ ଉତ୍ତର ଓଡିଶା ଏବଂ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଯାହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢାଇବ ବୋଲି କୁହାଯାଉଛି । ତେବେ ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖରେ ଉତ୍ତର ଓଡିଶାରେ ଅଧିକ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ସୂଚନା ଦେଇଛନ୍ତି ।

SHARE BY