ଜମ୍ମୁ-କାଶ୍ମୀରର ବାରାମୂଳାରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ପୋଲିସ ଅଧିକାରୀଙ୍କ ସୂଚନା ଅନୁସାରେ କରେରୀ ଅଞ୍ଚଳର ବନିଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିଥିଲା । ଯାହାପରେ ସୁରକ୍ଷାକର୍ମୀ ଅଞ୍ଚଳରେ ଘେରାବନ୍ଦୀ କରି କମ୍ବିଂ ଅପରେସନ କରିଥିଲେ । କମ୍ବିଂ ଅପରେସନ ବେଳେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିମାଡ କରିଥିଲେ । ଫଳରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ତେବେ ଏହି ଘଟଣାରେ ମୃତାହାତ ନେଇ କୌଣସି ଖବର ମିଳିନାହିଁ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ