ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୧୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରଣୀ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବ । ଆଗକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ୧୪ ତାରଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଫଳରେ ବର୍ଷା ଲାଗିରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା