ଉପାନ୍ତରୁ ଉପକୂଳ ସବୁଠି ତାତିର ରାଜୁତି । ରାଜ୍ୟରେ ଜାରି ରହିଛି ପ୍ରଖର ଗ୍ରୀଷ୍ମପ୍ରବାହ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦିନରେ ତାପମାତ୍ରା ସ୍ବାଭାବିକ ଠାରୁ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। କାଲିଠୁ ୧୫ ତାରିଖ ଯାଏ ଅତିପ୍ରଖର ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ କମିବା ସହ ସୂର୍ଯ୍ୟଙ୍କ ତେଜ କିରଣ ପାଇଁ ତାତି ବଢୁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି। ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାର୍ଯ୍ୟ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।ସେପଟେ ସବୁ ଜିଲ୍ଲାପାଳଙ୍କୁ ହିଟ୍ ଓ୍ବେଭ ପାଇଁ ପ୍ରସ୍ତୁତ ରହିବାକୁ ଚିଠି ଲେଖିଛନ୍ତି SRC ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍