ଆସନ୍ତାକାଲି ଦିଲ୍ଲୀରେ ବିରୋଧୀଙ୍କ ମେଗା ସୋ । ଡିଏମକେ ନେତା ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ନେତୃତ୍ୱରେ ଏକାଠି ହେବେ ବିରୋଧୀ । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଏହି ରଣନୀତି କିଛି ଗୁରୁତ୍ବ ବହନ କରୁଛି । ଅଲ୍ ଇଣ୍ଡିଆ ଫେଡେରେସନ ଫର୍ ସୋସିଆଲ ଜଷ୍ଟିସ ପକ୍ଷରୁ ହେଉଥିବା ସମ୍ମିଳନୀ ଅବସରରେ ବିରୋଧୀ ଦଳ ଏକାଠି ହେବେ । ଏହି ବୈଠକରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରମୁଖ ଯୋଗଦେବେ । ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ନିଜର ପ୍ରତିନିଧି ପଠାଇବା ଅନୁମାନ କରାଯାଉଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍