The Topmost

“The eyes believe themselves, the ears believe other people.”

ଆସନ୍ତାକାଲି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ

 ପାଖଉଛି ପୁରୁଷ ହକି ବିଶ୍ବକପ୍‌ । ସବୁଠୁ ଉତ୍ସାହ ଓ ଉଦ୍ଦୀପନା । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ଏନେଇ ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ।  ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ହକି ବିଶ୍ୱକପ ପୂର୍ବରୁ  ରାଉରକେଲା ସହରରେ ମୋ ବସ ସେବାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସୂଚନା ମୁତାବକ ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ସିଧା ହକି ଷ୍ଟାଡିୟମ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନ ୪ ଟାରେ ଡିଏଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ ।