ଆସନ୍ତାକାଲି ହେବ ଏଏସଓ ଲିଖିତ ପରୀକ୍ଷା । ସକାଳ ୯ଟାରୁ ୩ଟି ପର୍ଯ୍ୟାୟରେ ହେବ ପରୀକ୍ଷା । ରାଜ୍ୟର ୩୩ଟି ଜୋନର ୪୮୨ ସେଣ୍ଟରରେ ପରୀକ୍ଷା ଦେବେ ୨ ଲକ୍ଷ ୬ ହଜାରରୁ ଅଧିକ ପରୀକ୍ଷାର୍ଥୀ । ପ୍ରଥମ ପର୍ଯ୍ୟାୟରେ ସାଧାରଣ ଜ୍ଞାନ, ଦ୍ୱିତୀୟ ପର୍ଯ୍ୟାୟରେ ମେଣ୍ଟାଲ ଆବିଲିଟି ଓ ରିଜନିଂ ଏବଂ ତୃତୀୟ ପର୍ଯ୍ୟାୟରେ ଭାଷା ଓଡ଼ିଆ ଆଉ ଇଂରାଜୀ ବିଷୟ ରହିଛି । ସମସ୍ତ ପରୀକ୍ଷାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୩୦ ମିନିଟ୍ ସମୟ ଦିଆଯିବ । ୭୯୬ ଏଏସଓ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା କରାଯାଉଛି । ଏଥିପାଇଁ ଲିଖିତ ପରୀକ୍ଷା ଗତ ୨୧ ତାରିଖରେ ହେବାର ଥିଲା । ହେଲେ ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ଏହାକୁ ଆସନ୍ତାକାଲିକୁ ଘୁଞ୍ଚା ଯାଇଥିଲା ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ