The Topmost

“The eyes believe themselves, the ears believe other people.”

ଇମ୍ରାନ୍ ଙ୍କୁ ଗୁଳିମାଡ ପରେ ବିକ୍ଷୋଭ

ପାକିସ୍ତାନର ବିଭିନ୍ନ ସ୍ଥାନରେ ଜଳୁଛି ବିକ୍ଷୋଭର ନିଆଁ । ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ସମର୍ଥକ ମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସ୍ଥିତି ଅଣାୟତ ହୋଇପଡ଼ିଥିବା ବେଳେ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍ କରିଦିଆଯାଇଛି । ସରକାର ବିରୋଧୀ ପ୍ରଦର୍ଶନ ବେଳେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଏବେ ଲାହୋର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟପକ୍ଷରେ ଏହି ଆକ୍ରମଣରେ ଇମ୍ରାନଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ସହଯୋଗୀ ଆହତ ହୋଇଛନ୍ତି ।