ରାଜ୍ୟରେ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲାଯିବ ଏକାଦଶ ଶ୍ରେଣୀ । ଏଥିରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ ଦିଆଯିବ । ଏହି ବିଦ୍ୟାଳୟଗୁଡ଼ିକରେ ଦୁଇଟି ଲେଖାଏଁ ସେକ୍ସନ ଖୋଲିବାକୁ ନିଷ୍ପତ୍ତି ହୋଇଛି । ପ୍ରତ୍ୟେକ ସେକ୍ସନରେ ୬୪ ଲେଖାଏଁ ମୋଟ୍ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବେ । ଏହା ଦ୍ବାରା ୧୦୬ଟି ସରକାରୀ ସ୍କୁଲରେ ମୋଟ ୧୩ ହଜାର ୪୬୮ ସିଟ୍ ନାମ ଲେଖା ପାଇଁ ବୃଦ୍ଧି ପାଇବ । ପ୍ରଧାନଶିକ୍ଷକ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବା ପାଇଁ ତାଲିମ ଦିଆଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିୟୋଜନ ପ୍ରକ୍ରିୟା ବିଦ୍ୟାଳୟ ସ୍ତରରେ ଚାଲୁ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା