ଉପବାଚସ୍ପତି ନିର୍ବାଚନ ପାଇଁ ଦାଖଲ ହୋଇଛି ନାମାଙ୍କନ ପତ୍ର । ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପଦ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଉପବାଚସ୍ପତି ପଦ । ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ । ନାମାଙ୍କନ ପତ୍ର ଭରିବା ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ସାଲୁଗା ପ୍ରଧାନ । ସେ କହିଥିଲେ ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି ଏବଂ ଯେଉଁ ଗୁରୁ ଦାୟିତ୍ୱ ମୋତେ ଦେଇଛନ୍ତି ତାହା ମୁଁ ସୁଚାରରୁପେ ତୁଲାଇବି । ସାଲୁଗା ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ବେସ ଖୁସିଥିବା କହିଛନ୍ତି । ସୂଚନା ଅନୁସାରେ ନଭେମ୍ବର ୨୧ ତାରିଖ ଅର୍ଥାତ ଆସନ୍ତାକାଲି ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚନା ଦିଆଯାଇଥିଲା । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଏହି ପଦ। ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ କିଛି ଦିନ ତଳେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ବାଚସ୍ପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର ଦେଇଥିଲେ। ସେ କହିଥିଲେ ଯେ ଉପବାଚସ୍ପତି ଏକ ସାମ୍ବିଧାନିକ ପଦ। ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲି। ଆଖି ଆଗରେ ନିର୍ବାଚନ ଅଛି। ତେଣୁ ଦଳୀୟ ସଂଗଠନ ସହ ଦଳୀୟ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା