ଆଜି ଓଡ଼ିଶା ଆସୁଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଓଡ଼ିଆ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ଓଡ଼ିଶା । ଦେଶର ୧୬ତମ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନିଜ ମାଟିରୁ ପୂର୍ଣ୍ଣ ସମର୍ଥନ ପାଇଁ ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ । ଦ୍ରୌପଦୀଙ୍କୁ ଭୋଟ୍ ଦେବା ପାଇଁ ବହୁ ଆଗରୁ ଅପିଲ କରି ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଧାନସଭାର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ସାଂସଦଙ୍କ ବୈଠକ ବସିବ । ଅନୁଷ୍ଠିତ ବୈଠକରେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିବେ । ସକାଳ ସାଢ଼େ ୧୦ଟାରେ ହେବାକୁ ଥିବା ଏହି ବୈଠକରେ ଦଳ ଦ୍ରୌପଦୀଙ୍କୁ ସ୍ୱାଗତ କରିବ । ସେହିପରି ବିଜେପି ପକ୍ଷରୁ ମଧ୍ୟ ଦ୍ରୌପଦୀଙ୍କୁ ସ୍ୱାଗତ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା