August 8, 2025

ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା ପ୍ରଣାଳୀକୁ ପ୍ରଶଂସା

ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କରିବା ପ୍ରଣାଳୀକୁ ମିଳିତ ଜାତିସଂଘ ଉଚ୍ଚ ପ୍ରଶଂସା କରିଛନ୍ତି । ଆସନ୍ନ ବାତ୍ୟା ପୂର୍ବରୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ବ୍ୟାପକ ସ୍ଥାନାନ୍ତର କରିବା ତଥା ଶୂନ୍ୟ ପ୍ରାଣହାନି ସହିତ ସରକାରୀ ବିଭାଗ ଗୁଡିକ ମଧ୍ୟରେ ସମନ୍ଵୟ ରକ୍ଷାକରି ସଫଳତାର ସହ ବିପର୍ଯ୍ୟୟ ପରିଚାଳନା କରିବା ପ୍ରଣାଳୀକୁ ମିଳିତ ଜାତିସଂଘ ଉଚ୍ଚ ପ୍ରଶଂସା କରିଛନ୍ତି । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆମ ରାଜ୍ୟ ସମ୍ମାନଜନକ ” ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ” ୨୦୨୩ ପୁରସ୍କାର ପାଇଛି । ନାଗରିକମାନଙ୍କୁ ବିପର୍ଯ୍ୟୟ ଗୁଡିକ ବିଷୟରେ ଆଗରୁ ସଜାଗ କରିବା ତଥା SMS ଦ୍ବାରା ସତର୍କ ବାର୍ତ୍ତା ପଠାଇବା ପାଇଁ ଉପକୂଳବର୍ତୀ ୧୨୨ ଟି ସ୍ଥାନରେ ଆଲର୍ଟ ସାଇରନ୍ ଟାୱାର ଗୁଡିକ ସ୍ଥାପିତ ହୋଇଛି । ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟ ଙ୍କୁ ଦିଆଯାଉଥିବା ଅନୁକମ୍ପାମୂଳକ ସହାୟତା ରାଶିକୁ DAMPS ପୋର୍ଟାଲ ଦ୍ବାରା DBT ମାଧ୍ୟମରେ ଖୁବଶୀଘ୍ର ପ୍ରଦାନ କରାଯାଇପାରୁଛି । ଏହା ମାଧ୍ୟମରେ ୯ , ୮୧୬ ପରିବାରଙ୍କୁ ୩୮୭ କୋଟି ୧୬ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।  ବିପର୍ଯ୍ୟୟ ପରିଚାଳନାରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ତାଲିମ ଦେବା ଏବଂ ଅନ୍ତର୍ଭୁକ୍ତ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ‘ ସ୍ବୟଂସିଦ୍ଧା ‘ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି । ମିଶନ୍ ଶକ୍ତି ବିଭାଗର ସହଯୋଗରେ ଏହା ଅନ୍ୟ ଜିଲ୍ଲାମାନଙ୍କରେ କାର୍ଯ୍ୟକାରୀ କରାଯିବ ।

SHARE BY