ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତା ୧୭ ତାରିଖରେ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ବିଜେପି ସରକାରର ୯ ବର୍ଷ ପୂର୍ତି ଅବସରରେ ସାରା ଦେଶରେ ମହା ଜନସମ୍ପର୍କ ଅଭିଯାନ କରୁଛି ଦଳ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ